୭୫ବର୍ଷରେ ପାଦ ଥାପିଲେ ନବୀନ

ଭୁବନେଶ୍ୱର, ୧୬ା୧୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଏହାସହ ସେ ୭୫ବର୍ଷ ବୟସରେ ପାଦ ଥାପିଛନ୍ତି ।
ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସେ ନବୀନଙ୍କ ସୁସ୍ଥ ଦୀର୍ଘଜୀବନ କାମନା କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଜେଏସପିଏଲ ଅଧ୍ୟକ୍ଷ ନବୀନ ଜିନ୍ଦଲ, ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।