ରାଜ୍ୟରେ ଆଜି ଆଉ ୬ ଜଣଙ୍କ  କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୧୧/୧୦: ରାଜ୍ୟରେ ଆଜି ଆଉ ୬ ଜଣଙ୍କ  କରୋନା ଜନିତ ମୃତ୍ୟୁ ଘଟିିିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୨୫୫କୁ ବୃଦ୍ଧି ପାଇଛି । ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୩୨ ହଜାର ୧୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୧୮,୭୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୦୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।