ଭୁବନେଶ୍ୱରରେ ଆଜି ଆଉ ୧୧୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୧,୪୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୧୨୦ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୯ ଓ ସ୍ଥାନୀୟ ଅଞ୍ଚଳରୁ ୯୬୧ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୨୮ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫,୬୯୪କୁ ବୃଦ୍ଧି ପାଇଛି। ୫୨,୮୩୯ ଜଣ ସୁସ୍ଥ ହୋଇଥିବା ବେଳେ ୩୦୪ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୫୩୦ ଆକ୍ଟିିିଭ କେସ ରହିଛି।