ଭୁବନେଶ୍ୱରରେ ଆଜି ଆଉ ୧୩୫୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୬/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୧,୮୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୩୫୩ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୧୮ଓ ସ୍ଥାନୀୟ ଅଞ୍ଚଳରୁ ୧୧୩୫ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୩୮ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧,୬୩୪କୁ ବୃଦ୍ଧି ପାଇଛି। ୪୯,୨୨୪ ଜଣ ସୁସ୍ଥ ହୋଇଥିବା ବେଳେ ୨୯୩ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୯୦୬ ଆକ୍ଟିିିଭ କେସ ରହିଛି।