ଭୁବନେଶ୍ୱରରେ ଆଜି ଆଉ ୧୦୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୧,୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୦୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୦୭୬ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୮ ଓ ସ୍ଥାନୀୟ ଅଞ୍ଚଳରୁ ୯୨୮ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୮୯ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୯୫୬କୁ ବୃଦ୍ଧି ପାଇଛି। ୫୪,୮୬୯ ଜଣ ସୁସ୍ଥ ହୋଇଥିବା ବେଳେ ୩୧୦ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୭୫୬ ଆକ୍ଟିିିଭ କେସ ରହିଛି।