ଦେଶରେ ୨୪ ଘଣ୍ଟାରେ ୬୦,୪୭୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୫/୬:ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୬୦, ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୨୬ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୫ ଲକ୍ଷ ୭୦ ହଜାର ୮୮୧କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୭୭,୦୩୧ ରେ ପହଞ୍ଚିଛି । ଏବେ ସୁଦ୍ଧା ୨,୮୨,୮୦,୪୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୯,୧୩,୩୭୮ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।