ରାଜଧାନୀ ଭୁବନେଶ୍ୱରରୁ ଆଜି ୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୫।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୫ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୨୨କୁ ବୃଦ୍ଧି ପାଇଥିବା ବେଳେ ୨୮୩୯୫ଜଣ ସୁସ୍ଥ ହୋଇଛନ୍ତି ଓ ୧୭୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୯୩୧ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।