ସାଂଘାତିକ ସ୍ଥିତି: ରାଜ୍ୟରେ ଆଜି ୬୯୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯/୪: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୦୫୪ ଓ ସ୍ଥାନୀୟ ଅଞ୍ଚଳରୁ ୨୯୪୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୭୫ ହଜାର ୭୨୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୫୭,୭୧୦ ଜଣ ଚିକିତ୍ସାଧୀନ ଅଛନ୍ତି।