ରାଜ୍ୟରେ ଆଜି ୧୧,୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧,୭୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୫୬୯ ଓ ସ୍ଥାନୀୟ ଅଞ୍ଚଳରୁ ୫୧୬୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୧୨,୨୨୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୫ ଲକ୍ଷ ୦୨ ହଜାର ୪୫୫ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୦୭,୪୦୩ ଜଣ ଚିକିତ୍ସାଧୀନ ଅଛନ୍ତି।