ରାଜ୍ୟରେ ତଳମୁହାଁ କରୋନା ମିଟର, ଦିନକରେ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୪,୯୬୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୩,୬୫୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୮୮୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।