ନୂଆଦିଲ୍ଲୀ, ୧୩/୬:ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୮୦,୮୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୦୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୪ ଲକ୍ଷ ୩୯ ହଜାର ୯୮୯କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୭୦,୩୮୪ ରେ ପହଞ୍ଚିଛି । ଏବେ ସୁଦ୍ଧା ୨,୮୦,୪୩,୪୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୦,୨୬,୧୫୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।