ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୯୨୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୫/୩: ଦେଶରେ ଏବେ ସଂକ୍ରମଣ ହାର କମିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା ଓ ମୃତ୍ୟୁସଂଖ୍ୟା କ୍ରମଶଃ ହ୍ରାସ ପାଉଛି । ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୯୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୮୯ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୫୭,୪୭୭ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୪,୮୭୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୬୫୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୩,୭୮,୭୨୧ ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬୩୮୭୮ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।