ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୯୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩/୪: ବେଶ୍‌ କିଛି ଦିନ ଧରି ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ହଜାରରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୯୬ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୮୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୮,୧୩୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୮୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୩୪୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୩,୭୭୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୦୧୩।