ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୨/୪: ଦେଶରେ ଏବେ ପୁଣିଥରେ କ ରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା ଆକ୍ରାନ୍ତ ଚିହ୍ନଟ ଓ ୫୬ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୨,୪୨୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୧୧୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୮୯ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୬,୦୬୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୨୪୧।