ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯/୪: ଦେଶରେ ଏବେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭୭ କରୋନା ଆକ୍ରନ୍ତ ଚିହ୍ନଟ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୨,୧୭୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୭୫୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୦,୬୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୮୦୧।