ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୬୮ କରୋନା ଆକ୍ରନ୍ତ ଚିହ୍ନଟ

ନୂଆଦିଲ୍ଲୀ,୩/୫: ଦେଶରେ ଏବେ କ ରୋନା ସଂକ୍ରମଣ ବଢ଼ିବାରେ ଲାଗିଛ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୬୮ କରୋନା ଆକ୍ରନ୍ତ ଚିହ୍ନଟ ଓ ୨୦ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୪,୯୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୮୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୯୧୧ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୪୧,୮୮୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୧୩୭।