ଦେଶରେ ୨୪ ଘଣ୍ଟାରେ ୪୧,୫୦୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୧/୭: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୪୧,୫୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୯୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୦୦ ଲକ୍ଷ ୫୪ ହଜାର ୧୧୮କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୮,୦୪୦ ରେ ପହଞ୍ଚିଛି । ଏବେ ସୁଦ୍ଧା ୨,୯୯,୭୫,୦୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୪,୫୪,୧୧୮ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।