ଦେଶରେ ଦିନକରେ ୧୮,୭୯୫ ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ , ୨୮/୯ : ଦେଶରେ ଗତ ୨୪ ଘଣ୍ଟା ଭିତରେ ୧୮ ହଜାର ୭୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୯୭ ହଜାର ୫୮୧ କୁ ବୃଦ୍ଧି ପାଇଛି । ସେହିପରି ଆଜି ୧୭୯ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୨୯ ଲକ୍ଷ ୫୮ ହଜାର ୦୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୨ ଲକ୍ଷ ୯୨ ହଜାର ୨୦୬ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।