ନୂଆଦିଲ୍ଲୀ, ୧୧/୬:ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୯୧,୭୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୪୦୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୨ ଲକ୍ଷ ୭୪ ହଜାର ୮୨୩କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୬୩,୦୭୯ ରେ ପହଞ୍ଚିଛି । ଏବେ ସୁଦ୍ଧା ୨,୭୭,୯୦,୦୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୧,୨୧,୬୭୧ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।