ରାଜ୍ୟରେ ଦିନକରେ ଆଉ ୬୫୨ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୯୨ ଜଣ

ଭୁବନେଶ୍ୱର,୧୦/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୮୦ ଓ ସ୍ଥାନୀୟ ଅଞ୍ଚଳରୁ ୨୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୮,୩୧୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୦୮୩ ଜଣ ଚିକିତ୍ସାଧୀନ ଅଛନ୍ତି।