ରାଜ୍ୟରେ ଦିନକରେ ଆଉ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ,୧୮ ବର୍ଷ ଭିତରେ ୬୨ ଜଣ

ଭୁବନେଶ୍ୱର,୧୨/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୬୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୧୯,୨୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୧୪୧ ଜଣ ଚିକିତ୍ସାଧୀନ ଅଛନ୍ତି।