ରାଜ୍ୟରେ ଦିନକରେ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ   ୧୯୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୫୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୨୨,୨୫୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୮୨୪ ଜଣ ଚିକିତ୍ସାଧୀନ ଅଛନ୍ତି।