ରାଜ୍ୟରେ ଦିନକରେ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୭ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୭୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୦,୪୪୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୯୩୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।