ରାଜ୍ୟରେ ଦିନକରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୦,୮୮୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୬୫୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।