ରାଜ୍ୟରେ ଦିନକରେ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୩/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୨୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୩,୯୯୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୭୯୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।