ରାଜ୍ୟରେ ଦିନକରେ ଆଉ ୨୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୩/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି  ୭୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୩୮୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୬,୭୪୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୯୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।