ରାଜ୍ୟରେ ଦିନକରେ ଆଉ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୧ ଓ ସ୍ଥାନୀୟ ଅଞ୍ଚଳରୁ ୮୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି  ୩୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୮,୨୨୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୭,୩୮୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୮୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।