ରାଜ୍ୟରେ ଦିନକରେ ଆଉ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି  ୩୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୯,୩୪୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୩୮,୫୦୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୭୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।