ରାଜ୍ୟରେ ଦିନକରେ ଆଉ ୧୬୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୪ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୧,୫୭୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୧,୧୩୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୫୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।