ରାଜ୍ୟରେ ଆଜି ୩୫୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୨୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୭,୦୬୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୮ଲକ୍ଷ ୬୦ ହଜାର ୧୪୨ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୩୩,୦୧୯ ଜଣ ଚିକିତ୍ସାଧୀନ ଅଛନ୍ତି।