ପୁଣି ଅସମ୍ଭାଳ କରୋନା ପରିସ୍ଥିତି! ରାଜ୍ୟରେ ଦିନକରେ ଆଉ ୧୮୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୬/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧୦୬ ଓ ସ୍ଥାନୀୟ ଅଞ୍ଚଳରୁ ୭୯୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୫୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୯,୭୭୩କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୫,୫୧୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୭୩୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।