ପୁଣି ମାଡିଚାଲିଛି କରୋନା, ରାଜ୍ୟରେ ଆଜି ଆଉ ୨୭୦୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୭/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୭୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୦୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨,୪୭୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୫,୭୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୨୩୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।