ରାଜ୍ୟରେ ଦିନକରେ ଆଉ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୮/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୧୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୮୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୬,୧୫୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୫,୯୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୧,୬୬୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।