ରାଜ୍ୟରେ ଆଜି ୩୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୮/୬: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୨୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୮ଲକ୍ଷ ୬୭ ହଜାର ୪୦୨ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୩୨,୪୦୪ ଜଣ ଚିକିତ୍ସାଧୀନ ଅଛନ୍ତି।