ରାଜ୍ୟରେ ଆଜି ଦିନକରେ ଆଉ ୪୭୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୯/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୧୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୬,୨୩୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୧,୧୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।