ରାଜ୍ୟରେ ଆଜି ଦିନକରେ ଚିହ୍ନଟ ହେଲେ ୧୦ହଜାର ଉପରେ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୩/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୮୩୩ ଓ ସ୍ଥାନୀୟ ଅଞ୍ଚଳରୁ ୪୨୨୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୭୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୦୧,୬୦୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୮,୭୩୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୪,୩୪୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।