ରାଜ୍ୟରେ ଆଜି ଦିନକରେ ଆଉ ୧୦,୩୬୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୩୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୦୧୫ ଓ ସ୍ଥାନୀୟ ଅଞ୍ଚଳରୁ ୪୩୫୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୯୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୭୭,୪୬୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୮୦,୫୬୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୮,୩୪୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।