ରାଜ୍ୟରେ ଆଜି ଦିନକରେ ଆଉ ୭,୨୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭,୨୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୩୦୬୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୯୫୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧,୨୧,୬୦୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୧,୭୬୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।