ରାଜ୍ୟରେ ଆଜି ଦିନକରେ ଆଉ ୭,୪୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬/୧: ରାଜ୍ୟରେ ଆଜି ପୁଣି ଗତକାଲି ଅପେକ୍ଷା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭,୪୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୩୦୬ ଓ ସ୍ଥାନୀୟ ଅଞ୍ଚଳରୁ ୩୧୨୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୬୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୨୫,୨୬୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧,୪୨,୧୬୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୪,୫୧୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।