ରାଜ୍ୟରେ ଆଜି ଦିନକରେ ଆଉ ୫,୦୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୮/୧: ରାଜ୍ୟରେ ଆଜି ପୁଣି ଗତକାଲି ଅପେକ୍ଷା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫,୦୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୯୩୨ ଓ ସ୍ଥାନୀୟ ଅଞ୍ଚଳରୁ ୨୧୨୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୬୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧,୬୩,୩୯୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୪,୨୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।