ବିଗୁଡୁଛି ସ୍ଥିତି: ରାଜ୍ୟରେ ଆଜି ୧୧,୮୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧,୮୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୬୧୩ ଓ ସ୍ଥାନୀୟ ଅଞ୍ଚଳରୁ ୫୧୯୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୨୪,୨୦୭କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୩୧ ହଜାର ୬୫୮ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୯୦,୩୩୫ ଜଣ ଚିକିତ୍ସାଧୀନ ଅଛନ୍ତି।