ରାଜ୍ୟରେ ଆଜି ଦିନକରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫/୨: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୧୧ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୧,୮୪୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୩୭୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।