ରାଜ୍ୟରେ ଆଜି ଦିନକରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୬ ଓ ସ୍ଥାନୀୟ ଅଞ୍ଚଳରୁ ୫୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୩୪୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୪,୦୪୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୧୬୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।