ରାଜ୍ୟରେ ଆଜି ଦିନକରେ ଆଉ ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୮ ଓ ସ୍ଥାନୀୟ ଅଞ୍ଚଳରୁ ୬୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୪୮୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୪,୪୨୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୯୨୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।