ରାଜ୍ୟରେ ଆଜି ଦିନକରେ ଆଉ ୧୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୭/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୯ ଓ ସ୍ଥାନୀୟ ଅଞ୍ଚଳରୁ ୫୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୫,୫୪୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୩୧୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।