ରାଜ୍ୟରେ ଆଜି ଦିନକରେ ଆଉ ୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪ ଓ ସ୍ଥାନୀୟ ଅଞ୍ଚଳରୁ ୧୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୦୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୧୬୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩୬୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।