ରାଜ୍ୟରେ ଆଜି ଦିନକରେ ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦ ଓ ସ୍ଥାନୀୟ ଅଞ୍ଚଳରୁ ୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୫୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୬୬୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୧୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।