ଭୁବନେଶ୍ୱର,୨୨/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୭୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୭୦୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 14
Cumulative tested: 31141929
Positive: 1287979
Recovered: 1278701
Active cases: 101— I & PR Department, Odisha (@IPR_Odisha) April 22, 2022