ରାଜ୍ୟରେ ଆଜି ଦିନକରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭/୪: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୪ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ଜଣେ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୧୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୭୬୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।