ରାଜ୍ୟରେ ଆଜି ୨୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୦/୭: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୯୯୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୩୭,୪୭୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୯ଲକ୍ଷ ୦୬ ହଜାର ୫୧୯ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୬,୩୬୪ ଜଣ ଚିକିତ୍ସାଧୀନ ଅଛନ୍ତି।